ଆସନ୍ତା ୪ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା !

ନୂଆଦିଲ୍ଲୀ,୨୫/୦୨:  ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି । ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଂଜ, କେଳନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।ସେହିପରି ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପାଗ ମେଘୁଆ ରହିବ ବୋଲି ପୁର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ଉତର ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ ଘଡି ସହ ହାଲୁକା ବର୍ଷା ହୋଇପାରେ । ୨୮ ତାରିଖରୁ ପୁଣି ତାପମାତ୍ରା ବଢିବା ସମ୍ଭାବନା ରହିଛି ।