ଆସନ୍ତା ୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୧୩/୦୫: ମାସ ଶେଷରେ ଘୂର୍ଣ୍ଣିବଳୟ ପ୍ରଭାବ ରାଜ୍ୟରେ ରହିବ। ଆସନ୍ତା ୨୧ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ୨୩ ମେ ବେଳକୁ ମୌସୁମୀ ଉତ୍ତର ଆଣ୍ଡାମାନ ଛୁଇଁବା ନେଇ ଆକଳନ କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଥାଇଲାଣ୍ଡ, ମିଆଁଁମାର, ବାଂଲାଦେଶ ସମେତ ଉତ୍ତର-ପୂର୍ବ ଭାରତର ବିଭିନ୍ନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।ତେବେ ଓଡ଼ିଶାରେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ କି ନାହିଁ ଏହା ୧୯ ତାରିଖ ପରେ ଜଣାପଡିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସେପଟେ କାଳବୈଶାଖି ପ୍ରଭାବରେ ତାତିରେ ସାମାନ୍ୟ ବ୍ରେକ ଲାଗିଥିବା ବେଳେ ୧୬ ତାରିଖ ପରେ ପୁଣିଥରେ ପାରଦ ୪୦ଡିଗ୍ରୀ ଉପରକୁ ଡେଇଁପାରେ ।