ଏହି ୩ଜିଲ୍ଲାରେ ଆସନ୍ତା ୩ଘଣ୍ଟା ବର୍ଷା ଓ ବଜ୍ରପାତକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩/୦୬: ରାଜ୍ୟରେ ଏବେ ଅସହ୍ୟ ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଏହାରିମଧ୍ୟରେ ଆଜି ୩ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।