ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮/୫: ରାଜ୍ୟରେ ଏବେ ତାତିକୁ ଗରମ ବଢି ଚାଲିଛି । ଏହାରି ମଧ୍ୟରେ ଅଶ୍ଵସ୍ତିକର ଖବର ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।