ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର,୨୮/୦୭: ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଥିବା ବେଳେ ଆଲର୍ଟରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲ୍ଳାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଦୁଇ ଦିନ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ମାନଙ୍କ ପ୍ରବେଶ ଉପରେ ମଧ୍ୟ ବାରଣ କରାଯାଇଛି।