Weather update of Odisha: ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦/୦୭: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ, ଯାହା ଆଗକୁ ନେଇପାରେ ଲଘୁଚାପର ରୂପ। ଏହାର ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଚଳିତ ମୌସୁମୀରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୫୨୬.୪ ମିମି ସ୍ୱାଭାବିକ ଵର୍ଷା ହେବାକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।