ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୫/୦୮: ରାଜ୍ୟରେ ସକାଳୁ ସକାଳୁ ୫ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । କଟକ ସହର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ କାଲିଠୁ ବର୍ଷାର ପରିମାଣ ବଢିବ। କାଲି ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ବର୍ଷା ହେବା ସମ୍ଭବନା ରହିଛି । ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଂଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ୭ ତାରିଖରେ ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ୧୨ରୁ ୨୦ ସେମି ବର୍ଷା ନେଇ ସତର୍କ କରାଯାଇଛି। ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।