ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ଲଗାଣ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨୩/୦୮:ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡଖଣ୍ଡ ଓ ତାର ଆଖପାଖରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ଆକଳନ କରିଛି ପାଣି ପାଗ ବିଭାଗ। ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି । ଆସନ୍ତା ୫ରୁ ୭ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଆସନ୍ତାକାଲି ପାଇଁ ମୟୁରଭଞ୍ଜ ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୨୪ରୁ ବଢିବ ବର୍ଷା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଲାଗି ରହିବ । ତେବେ ବର୍ଷାର ପରିମାଣ ୨୬ ପରଠାରୁ କମିବ ବୋଲି ପୂର୍ବାନୁମାନ କରୁଛି ପାଣିପାଗ ବିଭାଗ ।