ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨୮/୦୮: ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।