ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୪/୦୯: ବୁଧବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ସହ  କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୂଚନା ଅନୁଯାୟୀ ବୁଧବାର ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ୍‌ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଶୁକ୍ରବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଶନିବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ।

Leave a Reply

Your email address will not be published. Required fields are marked *