ରାଜ୍ୟରେ ପ୍ରବଳ ବାରଶହ ସମ୍ଭାବନା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୫/୦୯: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା। ଆଜି ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, କାଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର. ନୂଆପଡ଼ା। ଏଥିସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତାକାଲି ପାଇଁ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ୮ ତାରିଖ ଯାଏ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *