ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା, ରାଜ୍ୟରେ ପୁଣି ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯/୦୯: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣିଥରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି।ଏହାର ପ୍ରଭାବରେ ୨୪ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ସତର୍କ କରାଇଛନ୍ତି। ପୁଣି ଲଗାଣ ବର୍ଷା ହେବା ଦ୍ବାରା ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ସ୍ଥିତି ଅଧିକ ସଙ୍କଟଜନକ ହେବାର ଆଶଙ୍କା ରହିଛି ବୋଲି ସତର୍କ ସୂଚନା ଜାରି କରାଯାଇଛି। ଏହି ଲଘୁଚାପର ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ଦୁଇ ଦିନ ଧରି ପ୍ରବଳ ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *