ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୫/୦୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *