ରାଜ୍ୟରେ ଜାରି ରହିଛି ବର୍ଷା, ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୩/୦୩: କାଳବୈଶାଖୀ ଆଣିଛି ଖରାରୁ ଆଶ୍ୱସ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ କୋହଲା ପାଗ ଜାରି ରହିଛି। ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ  ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ପବନ ହୋଇ ବ୍ୟାପକ କ୍ଷତି ଘଟିଥିଲା।

Leave a Reply

Your email address will not be published. Required fields are marked *