ଅସହ୍ୟ ତାତି ଓ ଗୁଳିଗୁଳିରୁ ମିଳିବ ଆଶ୍ଵସ୍ତି, ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ସହ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୩୧/୦୩: ଅସହ୍ୟ ତାତି ଓ ଗୁଳିଗୁଳିରେ କଲବଲ ହେଉଛି ଜନଜୀବନ । କିନ୍ତୁ ଆଜିଠୁ ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି। ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

ଫଳରେ ଓଡ଼ିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏପ୍ରିଲ ୨ରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମେଘୁଆ ପାଗ ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ସେହିପରି ୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ବର୍ଷା ଜାରି ରହିବ। ୪ରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *