ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨/୬: ରାଜ୍ୟରେ ଦିନକୁ ଦିନ ଅସହାୟ ତାତି କୁ ଗରମ ଲାଗି ରହିଥିଲା। ଏହାରିମଧ୍ୟରେ ଦିନେ ଦୁଇ ଦିନ ଭିତରେ କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୂର୍ଵନୁମାନ କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାସହ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। କିଛି ଜାଗାରେ କାଳବୈଶାଖୀ ମଧ୍ୟ ହେବାର ଆଶଙ୍କା ରହିଛି।