ପ୍ରବଳ ବର୍ଷା ନେଇ ରାଜ୍ୟର କିଛି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି

ଭୁବନେଶ୍ୱର,୨୪/୦୬: ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଓ ବରଗଡ଼ । ଏହି ସବୁ ଆଦି ଜିଲ୍ଲାର କିଛି ସ୍ଥାନ‌ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ୨୫ ତାରିଖ ପାଇଁ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ଦିନ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ । ତେବେ ୨୮ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନଥିବା ସୂଚନା ମିଳିଛି ।