ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨୫/୦୬: ଏବେ ରାଜ୍ୟର ପ୍ରାୟ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର,ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖ ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହା ସହିତ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ବିଭାଗ ସତର୍କ କରାଇଦେଇଛି ।