୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୨୮/୦୬: ପୂର୍ବ-ପଶ୍ଚିମ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଉତ୍ତର-ପୂର୍ବ ରାଜସ୍ଥାନ, ଉତ୍ତର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ର ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ଟି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।