୧୯ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା!

ଭୁବନେଶ୍ୱର, ୧୦/୭: ଆସନ୍ତାକାଲି ସକାଳ ସୁଦ୍ଧା ୧୯ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ
ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ବର୍ଷା ଓ ବଜ୍ରପାତ ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ
ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।