ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରବଳ ବର୍ଷିବ

ଭୁବନେଶ୍ୱର,୯/୭: ରାଜ୍ୟରେ ଏବେ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।