ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୯/୭: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ପାରାଦୀପ ଉପରେ ଦକ୍ଷିଣ ପୂର୍ବ ଦିଗ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲମ୍ବିଛି ଏବଂ ସମୁଦ୍ର ପତନ ଠାରୁ ଦେଢ କିଲୋମିଟର ଯାଏଁ ବିସ୍ତାରିତ ହୋଇରହିଛି ।ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନୟାଗଡ, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ଆସନ୍ତା ୨୧ ତାରିଖରୁ କିନ୍ତୁ ରାଜ୍ୟରେ ବର୍ଷା‌ର ପ୍ରଭାବ ପୁଣି ଆରମ୍ଭ ହୋଇଯିବ । ବିଶେଷ କରି ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୨ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେ‌ଲୋ ୱାର୍ଣ୍ଣିଂ ଜାରି ହୋଇଛି ।