ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦/୭: ଆସନ୍ତାକାଲି ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଗଂଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।