ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର, ୨୪/୯: ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହାରି ମଧ୍ୟରେ ମିଆଁମାର୍‌ ୟାଙ୍ଗନ୍‌ ସହରର ଦକ୍ଷିଣ ଉପକୂଳ‌ରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଭୁବନେଶ୍ବର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୫ ତାରିଖ ଅପରାହ୍ନରୁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୬ ତାରିଖ ଦିନ ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲା‌ରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।