ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪/୮ : ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ମଧ୍ୟ ଦିଆଯାଇଛି । ଆସନ୍ତା ୬ରେ ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୭ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ୪ ଜିଲ୍ଲାକୁ ଅତି ପ୍ରବଳ ଓ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା, ୬ ତାରିଖ ସକାଳଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଧା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।