ଆଉ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୯/୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ଆଉ ଦୁଇ ଦିନ ପ୍ରବଳ ବର୍ଷା ହେବ । ଆଜି ୪ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବ । ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ପ୍ରବଳ ବର୍ଷା ହେବ । ଓଡ଼ିଶା ଉପକୂଳ ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ସମୁଦ୍ରରେ ସଦୃଶ ଲଘୁଚାପ କ୍ଷେତ୍ର ରହିଛି । ଏହା ଆଜି ଡିପ୍ରେସନ୍ ବା ଅବପାତର ରୂପ ନେଇପାରେ । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା-ଛତିଶଗଡ଼ ମଧ୍ୟ ଆଡକୁ ମୁହାଁଇବ । ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ବାଦଲ ଫଟା ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ ଭୀଷଣ ବର୍ଷା ହେବାର ଆଶଙ୍କା ରହିଛି । ୧୧ ଓ ୧୨ ତାରିଖରେ ଉତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିବ । ୧୧ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ୧୨ ତାରିଖରେ ବି କିଛି ଜିଲ୍ଲାରେ ଅଧିକ ବର୍ଷା ଆଶଙ୍କା ରହିଛି ।