ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭/୮: ଏବେ ଟିକେ ବର୍ଷାର ପ୍ରକୋପ କମିବା ପରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ୨୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଝାରସୁଗୁଡା, ବରଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୯ଅଗଷ୍ଟ ପାଇଁ ୧୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି । ସେହିପରି ୧୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ, ରାୟଗଡା, ନୂଆପଡା, ନବରଙ୍ଗପୁର । କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ଆଶଙ୍କା ରହିଛି । ଅନ୍ୟପକ୍ଷରେ ୨୦ ଅଗଷ୍ଟରେ ୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ ।

ସେପଟେ, ରାଜ୍ୟରେ ଆହୁରି ୪ଦିନ ବନ୍ୟାସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ଗତକାଲି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ଗତକାଲି ୨ଟି ଘାଇ ହୋଇଥିଲା । ଆଜି ୨ଟି ଘାଇ ହୋଇଛି । ଏବେ ସୁଧା ରଜ୍ୟରେ ୪ଟି ଘାଇ ହୋଇଥିବା ସୂଚନା ଦେଇଛନ୍ତି ଏସଆରସି । ୨୦୧୧ ପରେ ରାଜ୍ୟରେ ଏଭଳି ବନ୍ୟା ହୋଇଛି ।