ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି !

ଭୁବନେଶ୍ବର,୨୨/୮ : ରାଜ୍ୟରେ ଲଘୁଚାପ ଯୋଗୁ ବର୍ଷା ଲାଗି ରହିଥିଲା । କିନ୍ତୁ ଆଜି ଠାରୁ ପାଗ ଖରାଟିଆ ରହିବ। ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ କାଁ ଭାଁ କିଛି ସ୍ଥାନରେ ଆଜି ବର୍ଷା ମଧ୍ୟ ହେବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୩ ତାରିଖ ଦିନ କିଛି ସ୍ଥାନରେ ଯଥା, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ୱର, ଭଦ୍ରକ, ଯା‌ଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୮ ଡିଗ୍ରି ମଧ୍ୟରେ ରହିବ।