ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା !

ଭୁବନେଶ୍ୱର, ୧୦/୧୦: ପାର୍ବଣରେ ବର୍ଷାରେ ଭିଜିବ ସାରା ଓଡିଶା । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। କିନ୍ତୁ ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ କୌଣସି ସ୍ପଷ୍ଟ ହୋଇ ନାହିଁ। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ଓ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ରୁ ୫ ଦିନ ଭିତରେ ଏହି ଲଘୁଚାପ ଅଧିକ ଶକ୍ତିଶାଳି ହେବା ସହ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ମହାଁଇବ। ଏହାକୁ ନେଇ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିକୁ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। କିନ୍ତୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।