ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ବର୍ଷ ସମ୍ଭାବନା !

ଭୁବନେଶ୍ୱର,୨୬/୮: ସମୁଦ୍ର ସ୍ତରରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ-ପୂର୍ବ ପାକିସ୍ତାନ ଉପରେ ରହିଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି। ଏବଂ ଦକ୍ଷିଣ-ପଶ୍ଚିମ ତା’ପରେ ପୂର୍ବ-ଦକ୍ଷିଣ- ପୂର୍ବ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗରକୁ ଯାଇଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକରେ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଂଜ, କେନ୍ଦୁଝର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ ପ୍ରଭୃତି ୧୭ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାରର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।