ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ବର,୯/୫: ଏବେ ଖରାଟିଆ ପାଗଥିବା ବେଳେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିଲାଗି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ ଯେ ପୁଣିଥରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହୋଇଯିବ। ଏଥିଯୋଗୁଁ ସେପ୍ଟେମ୍ବରରେ ରାଜ୍ୟରେ ବର୍ଷାର ପରିମାଣ ସ୍ବାଭାବିକ ରହିବ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମଡି କହିଛି ଯେ ୭ ତାରିଖ ପରେ ପୁଣିଥରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ଲାଗି ରହିବ।