୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯/୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆଗାମୀ ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ୪ ଜିଲ୍ଲା ତଥା କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତକାଲିଠୁ ବର୍ଷାର ପ୍ରଭାବ ଅଧିକ ରହିବ । ଆଗାମୀ ୨ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେହିପରି ୧୧ ତାରିଖରେ ମଧ୍ୟ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।