୧୯ ଜିଲ୍ଲାରେ ଝଡ଼ବର୍ଷା ନେଇ ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର,୧୩/୧୦: ଘୂର୍ଣ୍ଣିବଳୟ ବର୍ତ୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି।ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ ବଜ୍ରପାତର ସମ୍ଭାବନା ରହିଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୯ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।