ଆସନ୍ତା ୨୪ଘଣ୍ଟା ଭିତରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୭/୦୬: ରାଜ୍ୟରେ ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ଭିତରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।