ରାଜ୍ୟରେ ଏବେ ନାହିଁ ବଡ଼ ବର୍ଷା, ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର,୩/୮: ରାଜ୍ୟରେ ଏବେ ୩ଦିନ ହେବ ଲଗାଣ ଓ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ବର୍ତ୍ତମାନ ରାଜ୍ୟକୁ ପ୍ରବଳ ବର୍ଷା ଭୟ ନାହିିଁ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ, ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଢ଼େଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଅନ୍ୟପଟରେ ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।