ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ ସେ ଦୁଇ ଜଣ?

ଭୁବନେଶ୍ୱର,୧୨/୦୨: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ରାଜ୍ୟସଭା ପ୍ରାର୍ଥୀକୁ ନେଇ ଚାଲିଥିବା ଚର୍ଚ୍ଚାରେ ପଡିଛି ପୂର୍ଣ୍ଣଛେଦ। ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ୩ଟି ଆସନ ମଧ୍ୟରୁ ୨ଟି ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ବିଜୁ ଜନତା ଦଳ । ତେବେ ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ । ତେଣୁ ତୃତୀୟ ପ୍ରାର୍ଥୀ ଜଣକ କିଏ ହେବେ? ଏବେ ଏହା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି ।