ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ,୧୨/୫: ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ । ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ଏହି ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ଟି ଆସନ ରହିଛି । ଯେଉଁ ୩ ଆସନ ପାଇଁ ନିର୍ବାଚନ ହେବ। ସେହିଭଳି ୩୧ ମେ’ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧ ଜୁନରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ୩ ଜୁନ୍ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ୧୦ ଜୁନରେ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ହେବ ଭୋଟ । ୧୦ ଜୁନ୍ ୫ଟା ବେଳକୁ ଫଳାଫଳ ପ୍ରକାଶ ପାଇବ । ୧ ଜୁଲାଇରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ତାହା ପୂର୍ବରୁ ନିର୍ବାଚନ ସରିବ । ଓଡ଼ିଶାର ଏନ୍ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଓ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେବ ।