ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର

ଭୁବନେଶ୍ବର,୬/୦୯: ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବାରୁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି। ସାଧାରଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଇସ୍ତଫା ଦେଲି ବୋଲି ନିଜର ପ୍ରତିକ୍ରିୟାରେ କହିଛନ୍ତି ସୁଜିତ କୁମାର। ମମତା ମହାନ୍ତଙ୍କ ପରେ ସୁଜିତ କୁମାର ହେଉଛନ୍ତି ଦ୍ବିତୀୟ ବିଜେଡି ରାଜ୍ୟସଭା ସାଂସଦ ଯିଏ ଦଳ ଛାଡ଼ିଛନ୍ତି। ଏହାପରେ ସୁଜିତ କୁମାର ବିଜେପିରେ ଯୋଗ ଦେଇପାରିନ୍ତି ବୋଲି ଚର୍ଚ୍ଚା ହେଉଛି। ସୁଜିତ ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ବିଜେଡି ଦଳରୁ ବହିଷ୍କାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍‌ରେ ସୂଚନା ଦିଆଯାଇଛି। ସୁଜିତ ବିଜେଡି ଛାଡ଼ିବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, କିଛି ଦିନ ତଳେ ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଥିଲେ। ପରେ ସେ ବିଜେଡି଼ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ମମତା ଓ ସୁଜିତ ଇସ୍ତଫା ଦେବା ପରେ ରାଜ୍ୟ ସଭାରେ ବିଜେଡିର ୭ ଜଣ ସାଂସଦ ଅଛନ୍ତି।

Leave a Reply

Your email address will not be published. Required fields are marked *