ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଆଜିଠୁ ପୂଜାର୍ଚ୍ଚନା ଆରମ୍ଭ

ଭୁବନେଶ୍ୱର,୧୬/୦୧: ଆସନ୍ତା ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ରାମ ଲାଲା ଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଆଉ ଏହି ପ୍ରତିଷ୍ଠା ସମାରୋହକୁ ହାତଗଣତି ମାତ୍ର ୬ଦିନ ରହିଛି। ଏହାରିମଧ୍ୟରେ ଆଜିଠୁ  ମନ୍ତ୍ରଧ୍ୱନି ଏବଂ ପୂଜାର୍ଚ୍ଚନା ମଧ୍ୟରେ ପ୍ରାଣ ପ୍ରତିଷ୍ଠାର ପ୍ରାକ ପୂଜାବିଧି ଆରମ୍ଭ ହୋଇଛି । ୧୮ତାରିଖରେ ଗର୍ଭଗୃହରେ ସ୍ଥାପନ ହେବ ରାମଲାଲାଙ୍କ ପ୍ରତିମୂର୍ତି, ୨୨ତାରିଖରେ କରାଯିବ ପ୍ରାଣ ପ୍ରତିଷ୍ଠା ।  ୨୧ତାରିଖ ଯାଏ ରାମ ଲାଲାଙ୍କ ବିଭନ୍ନ ଅଧିବାସ, ଜଳାଧିବାସ, ଶଯ୍ୟାବାସ ଔଷଧିବାସ କାର୍ଯ୍ର୍ୟକ୍ରମ ମାନ ଅନୁଷ୍ଠିତ ହେବ । ୨୨ ତାରିଖ ଦିନ ୧୨ଟାରୁ ୧ଟା ମଧ୍ୟରେ ୪୦ମିନିଟ୍ ଧରି ଅନୁଷ୍ଠିତ ହେବ ରାମ ଲାଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ୧୮ତାରିଖରେ ଗର୍ଭଗୃହରେ ରାମଲାଲାଙ୍କ ୫ବର୍ଷ ବାଳକ ସ୍ୱରୁପର ପ୍ରତିମା ସ୍ଥାପନ କରାଯିବ । ଗର୍ଭଗୃହରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି।