ଭୁବନେଶ୍ୱର,୧୬/୦୩: ପଦ୍ମଭୂଷଣ ରମାକାନ୍ତ ରଥଙ୍କ ପରଲୋକ ଘଟିଛି । ୯୧ ବର୍ଷ ରେ ଆଖିବୁଜିଲେ କବି ରମାକାନ୍ତ ରଥ । ‘ଶ୍ରୀରାଧା’ କବି ଭାବେ ପରିଚିତ ଥିଲେ ରମାକାନ୍ତ ରଥ । ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତଙ୍କ ରଥଙ୍କ ପରଲୋକ ହୋଇଛି । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ । ରେଭେନ୍ସା କଲେଜରୁ ଇଂରାଜୀରେ ସ୍ନାତକ ହାସଲ କରିବା ପରେ ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ। ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ ।ଏହି ସମୟରେ ତାଙ୍କର କେତେ ଦିନର , ସନ୍ଦିଗ୍ଧ ମୃଗୟା, ସପ୍ତମ ରତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।