ମହାପ୍ରଭୁଙ୍କର ଆଜି ବନକଲାଗି ନୀତି, କାଲି ନବଯୌବନ ଦର୍ଶନ

ନୂଆଦିଲ୍ଲୀ,୧୮/୦୬: ଅଣସର ଘରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ।  ସୁସ୍ଥ ହେବା ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଆସନ୍ତାକାଲି ସକାଳୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ କରିବେ ଭକ୍ତ । ଦତ ମହାପାତ୍ର ସେବାୟତଙ୍କ ଦ୍ୱାରା ଏହି ନୀତି ସମ୍ପନ୍ନ ହେବ । ଆସନ୍ତାକାଲି ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ରହିଥିବାରୁ ସକାଳ ୬ଟାରେ ନୀତି କାର୍ଯ୍ୟ ଆରମ୍ଭ ହେବ। ଏହାପରେ ସକାଳ ୮ଟାରେ ଅଣସର ତାଟି ଓ ପଟିଦିଅଁ ବିସର୍ଜନ ତାପରେ ଆରମ୍ଭ ହେବ ଭିତରକାଠ ନିକଟରେ ପରମାଣିକ ଦର୍ଶନ ୯ଟା ପର୍ଯ୍ୟନ୍ତ ହେବ । ଏବଂ ୯ଟା ଠାରୁ ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ ।ସେପଟେ ରଥଟଣାକୁ ନେଇ ପୁଲିସ ପକ୍ଷରୁ ମକଡ୍ରିଲ କରାଯାଇଛି। ଏଡିଜି ନିଜେ ଏହି ମକଡ୍ରିଲ ସମୀକ୍ଷା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରିଛନ୍ତି ।