ରତ୍ନ ସିଂହାସନ ଛାଡି ରଥକୁ ଆସିବେ ଶ୍ରୀଜିଉ

ଭୁବନେଶ୍ୱର,୨୦/୦୬: ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା । ରଥାରୁଢ଼ ହେବେ ଶ୍ରୀଜୀଉ। ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର ।  ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି । ରତ୍ନ ସିଂହାସନ ଛାଡି ରଥକୁ ଆସିବେ ଶ୍ରୀଜିଉ । ଧାଡି ପହଣ୍ଡିରେ ରଥକୁ ଠାକୁର ବିଜେ କରିବେ । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି ।

ସାଢ଼େ ୯ଟାରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ‌ହେବ । ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ୧୮୭ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀଙ୍କ ଉପରେ ଆଇନଶୃଙ୍ଖଳା ଦାୟିତ୍ବ ନ୍ୟସ୍ତ କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି ।