ଜମ୍ମୁରେ ସେନା ଗାଡ଼ିକୁ ଆତଙ୍କୀଙ୍କ ହମଲା, ୪ ଯବାନ ସହିଦ

ନୂଆଦିଲ୍ଲୀ,୮/୦୭: ଜମ୍ମୁର କଠୁଆରେ ସେନା ଗାଡ଼ିକୁ ଆତଙ୍କୀ ହମଲାରେ ୪ଜଣ ଯବାନ ସହିଦ ହୋଇଛନ୍ତି । ସେହିପରି ଗୁଳିବିନିମୟରେ ୬ଜଣ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସେନାର ଗାଡ଼ି ଉପରକୁ ଟାର୍ଗେଟ୍ କରିଥିଲେ ଆତଙ୍କୀ । ଯେଉଁଥିରେ ୪ ଯବାନ ସହିଦ ହୋଇଥିବା ଜଣାପଡ଼ିଛି । ଗତ କିଛି ଦିନ ଧରି ଘାଟିରେ ସେନା ଓ ଆତଙ୍କୀବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଏହିକ୍ରମରେ ସୋମବାର କଠୁଆ ଜିଲ୍ଲାର ଭିଲୱାରା ନିକଟରେ ସେନା ଗାଡି ଉପରକୁ ଫାଇରିଂ କରିଥିଲେ ଆତଙ୍କବାଦୀ । ସେପଟେ ଗତ ଦୁଇ ଦିନ ହେବ କଶ୍ମୀରରେ ସେନା ପକ୍ଷରୁ ସର୍ଚ୍ଚ ଓ ଆତଙ୍କୀ ନିପାତ ଅଭିଯାନକୁ ଜୋରଦାର କରାଯାଇଛି ।