ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା

ଭୁବନେଶ୍ୱର,୩୧/୦୩: ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ପୂର୍ବରୁ ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏନେଇ ପ୍ରସ୍ତାବ ପଠାଇଥିଲା ।

Leave a Reply

Your email address will not be published. Required fields are marked *