ଭୁବନେଶ୍ୱର,୧୧/୦୧: ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ। ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି ସହ ଶ୍ରୀମନ୍ଦିରର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଶ୍ରୀମନ୍ଦିରକୁ ଆସିବେ। ସେଥିପାଇଁ ରତ୍ନଭଣ୍ଡାର ମରାମତି କାମକୁ ବନ୍ଦ ରଖାଯାଇଛି।ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।