RD କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯/୩: ଭୁବନେଶ୍ୱର RD କଲେଜର +୨ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କଲେଜ ହଷ୍ଟେଲର ପଙ୍ଖାରେ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣକ +୨ ଦ୍ୱିତୀୟ ବର୍ଷ କଳାରେ ପଢୁଥିବା ସୂଚନା ମିଳିଛି । ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କାହିଁକି ଛାତ୍ରୀ ଜଣକ ଆତ୍ମହତ୍ୟା କଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।