ପ୍ରବଳ ବର୍ଷା ନେଇ ରାଜ୍ୟର ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨/୯:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପୁରୀ, ‌ଖୋର୍ଧା‌, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା‌, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଦିଆଯାଇଛି ।  ତେବେ ୮ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ମୟୁରଭଞ୍ଜ ଏବଂ ବାଲେଶ୍ୱରକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।