ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୦୯/୧୦: ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ସ୍ଥିର ରହିଛି ରେପୋ ରେଟ୍। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ ରେପୋ ରେଟ୍‌କୁ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ରିଭର୍ସ ରେପୋ ରେଟ୍‌କୁ ୩.୩୫% ଓ ବ୍ୟାଙ୍କ ରେଟ୍‌କୁ ୬.୭୫%ରେ ସ୍ଥିର ରହିଛି। ନୀତିଗତ ଆଭିମୁଖ୍ୟକୁ ମଧ୍ୟ ସ୍ଥିର ରଖାଯାଇଛି। ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୭ % ହେବ ବୋଲି ଆକଳନ କରାଯାଇଛି। ଏହାଫଳରେ ଗ୍ରାହକଙ୍କ ଉପରେ ଋଣ ବୋଝ ପଡିବିନି। ଲୋନ ନେଇ ଇଏମଆଇ ଦେଉଥିଲେ ଏହା ବୃଦ୍ଧି ପାଇବନି।

Leave a Reply

Your email address will not be published. Required fields are marked *