ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ?

ଭୁବନେଶ୍ୱର, ୨୪/୧: ସାଧାରଣତନ୍ତ୍ର ଦିବସରେ ସବୁ ଜିଲ୍ଲାରେ ପତାକା ଉତ୍ତୋଳନ ହେବ। କଟକରେ ପତାକା ଉତ୍ତୋଳନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେହିିପରି ପୁରୀରେ ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅନୁଗୁଳରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ଗଞ୍ଜାମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସମ୍ବଲପୁରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ,
କଳାହାଣ୍ଡିରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବାଲେଶ୍ବରରେ ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପତାକା ଉତ୍ତୋଳନ କରିବେ।