ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୨୨/୦୧: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି ।  ସମର୍ଥ ବର୍ମା ଶ୍ରୀ ଜଗନ୍ନାଥ ମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି, ଶ୍ରୀକାନ୍ତ ପୃଷ୍ଟି ଉତ୍ତରାଞ୍ଚଳ ଆରଡିସି ଭାବେ ବଦଳି କରାଯାଇଛି। କେଉଁଝର ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ମୟୁରଭଞ୍ଜ ଜିଲ୍ଲାପାଳ, ଖୋର୍ଦ୍ଧା ଜିଲ୍ଲାପାଳ ଥିବା କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ, ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କୁ କଟକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ସିଏମସି କମିଶନର ଥିବା ନିଖିଳ ପବନ କଲ୍ୟାଣ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ, ବିଜୟ କୁମାର ଦାସଙ୍କୁ ପୁରୀ ଜିଲ୍ଲାପାଳ, ବରଗଡ଼ ଜିଲ୍ଲାପାଳ ଥିବା ମୋନିସା ବାନାର୍ଜୀଙ୍କୁ ସାମାଜିକ କଲ୍ୟାଣ ବିଭାଗର ନିର୍ଦ୍ଦେଶିକା ଭାବେ ବଦଳି କରାଯାଇଛି।ବଲାଙ୍ଗୀର ଜିଲ୍ଲାପାଳ ଥିବା ଚଞ୍ଚଳ ରଣାଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ରାୟଗଡା ଜିଲ୍ଲାପାଳ ଥିବା ସ୍ଵଧା ଦେବ ସିଂହଙ୍କୁ ନୟାଗଡ ଜିଲ୍ଲାପାଳ, ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ସିଏମସି କମିଶନର, ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମସଚିବ ଭାବେ ବଦଳି କରାଯାଇଛି।

କୋରାପୁଟ ଜିଲ୍ଲାପାଳ ଥିବା ଅବଦଲ ଏମ ଅଖତାରଙ୍କୁ ଅନୁଗୁଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ କେନ୍ଦ୍ରାପଡା ଜିଲ୍ଲାପାଳ ଅମୃତ ଋତୁରାଜଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି । ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କୁ ହସ୍ତଶିଳ୍ପ ଯୁଗ୍ମସଚିବ ଭାବେ ବଦଳି କରାଯାଇଥିବାବେଳେ ମାଲକାନଗିରି ଜିଲ୍ଲାପାଳ ବିଶାଳ ସିଂହଙ୍କୁ କେଉଁଝର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ରାଉରକେଲା ମ୍ୟୁନିସିପାଲଟି କମିଶନର ଥିବା ଡ଼.ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ କୀର୍ତ୍ତି ଭାଶନଙ୍କୁ କୋରାପୁଟ ଜିଲ୍ଲାପାଳ, ବିଏମସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ କେନ୍ଦ୍ରାପଡା ଜିଲ୍ଲାପାଳ ,ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ କମିଶନର ଥିବା ଜେ ସୋନାଲଙ୍କୁ ବୌଦ୍ଧ ଜିଲ୍ଲାପାଳ, ଅଗ୍ରୱାଲ ଅକ୍ଷୟ ସୁନୀଲଙ୍କୁ ସମ୍ୱଲପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଆଦିତ୍ୟ ଗୋୟଲଙ୍କୁ ବରଗଡ଼ ଜିଲ୍ଲାପାଳ, ଅନୟା ଦାସଙ୍କୁ ସୋନପୁର ଜିଲ୍ଲାପାଳ, ମନୋଜ ମହାଜନଙ୍କୁ ରାୟଗଡା ଜିଲ୍ଲାପାଳ, ପାୱାର ସଚିନ ପ୍ରକାଶଙ୍କୁ ମାଲକାନଗିରି ଜିଲ୍ଲାପାଳ, ଗୌରବ ଶିବାଜୀ ଇସାଲୱାରଙ୍କୁ ବଲାଙ୍ଗୀର ଜିଲ୍ଲାପାଳ, କୁଲକମି ଆଶୁତୋଷଙ୍କୁ ରାଉରକେଲା ମ୍ୟୁନିସିପାଲଟି କମିଶନର, ବାଲିଗୁଡା ଉପଜିଲ୍ଲାପାଳ ମଧୁମିତାଙ୍କୁ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର କମିଶନର, କୁଚିଣ୍ଡା ଉପଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କୁ ମୟୁରଭଞ୍ଜ ଏଡ଼ିଏମ ଭାବେ ବଦଳି କରାଯାଇଛି।